ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ କପ୍‌ ବିଜେତା ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଲୋକସେବା ଭବନ କନଭେନସନ ସେଣ୍ଟରରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା । ଏହି ଉତ୍ସବରେ ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ୧୪ ଥର ଥୋମାସ୍‌ କପ୍‌ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌।

ଏହି ସମ୍ବର୍ଦ୍ଧନା ଉତ୍ସବରେ ବିଶ୍ୱ ଚାମ୍ପିୟନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଦେଶ ପାଇଁ ଥୋମାସ କପ୍‌ ବିଜୟ ଏକ ଐତିହାସକ ମୁହୂର୍ତ୍ତ। ବ୍ୟାଡମିଣ୍ଟନ ଭଳି ଖେଳରେ ଭାରତ ଉତ୍କର୍ଷତା ହାସଲ କରିଛି। ବ୍ୟାଡମିଣ୍ଟନରେ ଦେଶରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ୧୦ ବର୍ଷ ହେଲା ଭାରତ ଅନ୍ତର୍ଜାତୀୟ ସ୍ତରରେ ବଢ଼ିଆ ଖେଳିଆସୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri