ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ବିଶେଷକରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍‌ ବ୍ୟବସ୍ଥା ଦାବି କରିଥିଲେ। ଏଥିପାଇଁ ଉନ୍ନତ ଟେକ୍ନୋଲୋଜି ଓ ଅଣ୍ଡରଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କରାଯାଇଛି। ସେହିଭଳି ଉପକୂଳର ସୁରକ୍ଷା ପାଇଁ ଦୀର୍ଘକାଳୀନ ବ୍ୟବସ୍ଥା କରିବାକୁ ଦାବି କରିଥିଲେ। ୭/୮ ମିଟର ପର୍ଯ୍ୟନ୍ତ ଜୁଆର ଉଠୁଥିବାରୁ ତାର ଦୀର୍ଘସ୍ଥାୟୀ ବ୍ୟବସ୍ଥା କରାଯାଉ ବୋଲି ଦାବି କରିଥିଲେ ବୋଲି ଏସ୍‌ଆର୍‌ସି କହିଛନ୍ତି। ଏହାଛଡ଼ା ବାତ୍ୟା ନେଇ ରାଜ୍ୟ ସରକାର ବର୍ତ୍ତମାନ ଆଉ କିଛି ଦାବି କରି ନାହାନ୍ତି। ଏହା ଯାହା ଦରକାର ଆମେ ତାକୁ ମ୍ୟାନେଜ କରିନେବୁ। ଆଗାମୀ ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବା ନେଇ ଜଣାଇଥିବା କହିଛନ୍ତି।

Share