Posted inଜାତୀୟ

ଅମିତ ଶାହାଙ୍କୁ ମୁହଁତୋଡ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୩୧।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦାବି ଉପରେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍‌ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ୱାୟନାଡ ଭୂସ୍ଖଳନ ଘଟଣା ପୂର୍ବରୁ କୌଣସି ରେଡ୍‌ ଆଲର୍ଟ ଜାରି କରାଯାଇ ନ ଥିଲା। ଘଟଣାର କିଛି ଘଣ୍ଟା ପରେ ଏକ ସତର୍କ ସୂଚନା ଜାରି କରାଯାଇଥିଲା। ଅଭିଯୋଗ ଏବଂ ପ୍ରତିଅଭିଯୋଗର ଏହା ସମୟ ନୁହେଁ ବୋଲି ସେ କହିଛନ୍ତି।

ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ବୁଧବାର ଲୋକ ସଭାରେ କହିଛନ୍ତି,ବିପର୍ଯ୍ୟୟର ସମ୍ଭାବନାକୁ ଦୃଷ୍ଟିରେ ରଖି କେରଳ ସରକାରଙ୍କୁ ଏକ ସତର୍କ ସୂଚନା ଜାରି କରାଯାଇଥିଲା। ବିପର୍ଯ୍ୟୟ ପୂର୍ବରୁ ଜାରି କରାଯାଇଥିବା ଚେତାବନୀକୁ ଅଧିକାଂଶ ରାଜ୍ୟ ଧ୍ୟାନ ଦିଅନ୍ତି, କିନ୍ତୁ ବିପର୍ଯ୍ୟୟ ସମ୍ପର୍କରେ ଜାରି ସତର୍କତାକୁ କେରଳ ସରକାର ଅଣଦେଖା କରିଛନ୍ତି।
କେରଳର ମୁଖ୍ୟମନ୍ତ୍ରୀ କହିଛନ୍ତି, ୱାୟନାଡରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହା ଏକ ଯନ୍ତ୍ରଣାଦାୟକ ବିପର୍ଯ୍ୟୟ। ଏପର୍ଯ୍ୟନ୍ତ ୧୪୪ଟି ମୃତଦେହ ଉଦ୍ଧାର କରାଯାଇଛି, ସେଥିମଧ୍ୟରୁ ୭୯ ଜଣ ପୁରୁଷ ଏବଂ ୬୪ ଜଣ ମହିଳା। ୧୯୧ ଲୋକ ନିଖୋଜ ଅଛନ୍ତି। ବିପର୍ଯ୍ୟୟ କ୍ଷେତ୍ରରୁ ଯଥାସମ୍ଭବ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଚେଷ୍ଟା କରାଯାଉଛି ଏବଂ ଉଦ୍ଧାର ହୋଇଥିବା ଲୋକଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri