ଛାତ୍ର ସଂସଦ ନିର୍ବାଚନ ଉପରେ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନ । ଏହି ଅଧିବେଶନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଛାତ୍ର ସଂସଦ ନିର୍ବାଚନ ଉପରେ ମୁଖ୍ୟମନ୍ତ୍ରୀ ବଡ଼ ସଂକେତ ଦେଇଛନ୍ତି। ସେ କହିଛନ୍ତି ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। ହୀନ ଚକ୍ରାନ୍ତ କରି ଛାତ୍ର ନିର୍ବାଚନ ବନ୍ଦ କରିଥିଲେ। ଛାତ୍ର ନିର୍ବାଚନର ଫଳାଫଳ ପୂର୍ବ ସରକାରକୁ ଭୟଭୀତ କରିଥିଲା।

ଏହାସହ ରାଜ୍ୟ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ଦେଇ କହିଛନ୍ତି ୨୦୨୩ରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସତବର୍ଷିକୀପାଳନ ହେବ। ଏବିଭିପିର ସହଯୋଗରେ ଏହି ନୂଆ ସରକାର ଆସଛି । କଲେଜରେ ପଡିବା ବେଳ ଠାରୁ ଛାତ୍ର ସଂସଦ ନିର୍ବାଚନରେ ମୁଁ ଏବିଭିପିକୁ ଭୋଟ ଦାନ କରିଛି। କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ରାଷ୍ଟ୍ରୀୟ ସଂଗଠନ ମନ୍ତ୍ରୀ ଆଶିଷ ଚୌହାନ, ଅଧ୍ୟାପକ ସଞ୍ଜୀବ ନାୟକ, ଡା. ସିବିକେ ମହାନ୍ତି ଡା. ଜ୍ୟୋର୍ତିମୟୀ ନାୟକ, ଦିପ୍ତିମୟୀ ପ୍ରତିହାରୀ, ଶତୋଂଶୁ ଶେଖର ବରାଇ ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ ବିଶ୍ୱଜିତ ପାତ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। କାରଣ ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି...

‘ଆତଙ୍କବାଦୀଙ୍କ ପାଖରେ ଏତେ ସମୟ ନ ଥିଲା ଯେ ସେମାନେ ଧର୍ମ ପଚାରି…’, କାହିଁକି ଏମିତି ବୟାନ ଦେଲେ କଂଗ୍ରେସ ନେତା?

ନୂଆଦିଲ୍ଲୀ,୨୮।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ବିଜୟ ୱାଡେଟିୱାର ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଲୋକଙ୍କ...

ସୁନାଠାରୁ ବି ଅଧିକ ମୂଲ୍ୟବାନ ଏହି ପରିବା

ହପ ସୁଟ ହେଉଛି ହପ ଗଛ (ହୁମୁଲସ ଲୁପୁଲସ) ଖାଦ୍ୟ ଉପଯୋଗୀ ଏବଂ ଔଷଧୀୟ ପ୍ରୟୋଗରେ ଏକ ମୂଲ୍ୟବାନ ଉପାଦାନ। ହପ ସୁଟ ଏହାର ସ୍ବତନ୍ତ୍ର...

ରାଜ୍ୟରେ ସୃଷ୍ଟି ହେଉନାହାନ୍ତି ଅନ୍ନଦାତା

ଭୁବନେଶ୍ୱର,୨୮ା୪(ରବିନାରାୟଣ ଜେନା): ରାଜ୍ୟରେ କୃଷକ ଏବଂ କୃଷିକ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କୃଷି କ୍ୟାବିନେଟ୍‌ କରାଯିବା ସହିତ ଗୃହରେ ପ୍ରତିବର୍ଷ ସ୍ବତନ୍ତ୍ର...

ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ...

ମନଇଚ୍ଛା ଲାଗିପାରିବନି ଜାତୀୟ ଚିହ୍ନ

ଭୁବନେଶ୍ୱର,୨୮ା୪ (ରବିନାରାୟଣ ଜେନା): ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ...

ଭାରତକୁ ଚେତାବନୀ ଦେଲେ ପନ୍ନୁ: କହିଲେ, ଆମେ ପାକିସ୍ତାନ ସହ ଅଛୁ

ଓ୍ବାଶିଂଟନ,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ପାକିସ୍ତାନକୁ ସମର୍ଥନ କରିଛନ୍ତି। ପାକିସ୍ତାନ ସହିତ ଯୁଦ୍ଧ କରିବାକୁ ଭାରତର ସାହସ...

୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image