ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶାର ବିଶିଷ୍ଟ ସିନେ ସମୀକ୍ଷକ ସୂର୍ଯ୍ୟ ଦେଓ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ପୁସ୍ତକ ବିବେଚିତ ହେବା ଅତ୍ୟନ୍ତ ଖୁସିର ବିଷୟ ବୋଲି ପ୍ରକାଶ କରିଛନ୍ତି। ସିନେମାରେ ଅଧିକ ଗବେଷଣା କ୍ଷେତ୍ରରେ ଏହି ପୁସ୍ତକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିଶିଷ୍ଟ ସିନେ ଗବେଷକ ତଥା ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଲିଖିତ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ୬୮ତମ #NationalFilmAwards ରେ ଶ୍ରେଷ୍ଠ ପୁସ୍ତକ ବିବେଚିତ ହେବା ଅତ୍ୟନ୍ତ ଖୁସିର ବିଷୟ। ସିନେମାରେ ଅଧିକ ଗବେଷଣା କ୍ଷେତ୍ରରେ ଏହି ପୁସ୍ତକ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ତାଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।
— Naveen Patnaik (@Naveen_Odisha) July 22, 2022