ଭୁବନେଶ୍ୱର,୨୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।
ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନଷ୍ଟେବଳ-୧୫୪, ଇନ୍ସପେକ୍ଟର (WT)-୧, ସବ୍ଇନ୍ସପେକ୍ଟର (WT)-୨, ହାବିଲଦାର (WT)-୪, କନଷ୍ଟେବଳ(WT)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟା୍ଫ ନର୍ସ-୧। ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।
ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍ସିଂ ପଦବୀ ସୃଷ୍ଟି କରାଯାଇଛି।