ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକାଳ ମଧ୍ୟରେ ଦେହାନ୍ତ ହେଲେ ମିଳିବ ୧ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ୍‌ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି, ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମଧ୍ୟ ପ୍ରଦାନ କରାଯିବ।
ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୫୫ ହଜାର ବିଦ୍ୟାଳୟରେ କାମ କରୁଥିବା ୧ ଲକ୍ଷ ୧୦ ହାଜର ପାଚିକା ଓ ସହାୟିକା ଉପକୃତ ହେବେ। ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ।

Share