ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ , ଅତିରିକ୍ତ ଜିଲାପାଳ , ସିଡିଏମଓ, ମେଡିକାଲ କଲେଜ ଡିନ୍‌ଙ୍କ ସହିତ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଏବଂ ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଆଧୁନିକ ଭିତ୍ତିଭୂମିର ନିର୍ମାଣ କରାଯାଇଛି। ୨୦୧୪ ମସିହାରେ ଏନଟିପିସି ପକ୍ଷରୁ ୪୧୭.୭୭ କୋଟି ଟଙ୍କା ବ୍ୟୟରେ ସୁନ୍ଦରଗଡ଼ ଠାରେ ୨୧ ଏକର ଜମିରେ ଏକ ଅତ୍ୟାଧୁନିକ ହସ୍ପିଟାଲ ନିର୍ମାଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।