ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର ଗାଡ଼ିରେ ମୁଖ୍ୟମନ୍ତ୍ରୀ ବୁଲି ଦେଖୁଛନ୍ତି।

ଏହି ୫ ଦିନିଆ ମେଗା ବିଜ୍‌ନେସ ସମିଟ୍‌ରେ ମେଟାଲ, ମିନେରାଲ, ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ, ଫୁଡ ପ୍ରସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ ଆଇଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି।

୧୩୦ରୁ ଅଧିକ ବଡ଼ ଓ ମଧ୍ୟମ ଶିଳ୍ପ କନକ୍ଲେଭରେ ସାମିଲ ହେବାକୁ ମଧ୍ୟ ସହମତି ପ୍ରକାଶ କରିଛନ୍ତି । ଚାଇନା, ଅଷ୍ଟ୍ରେଲିଆ, ଜାପାନ, ନରଓ୍ବେ, ନେପାଳ, ବାଂଲାଦେଶ ଓ ଥାଇଲାଣ୍ଡ ଆଦି ଦେଶର ନିବେଶକ ଏହି କନ୍‌କ୍ଲେଭରେ ଯୋଗଦେବାକୁ ସହମତି ପ୍ରକାଶ କରିଛନ୍ତି।

Share