ଓଡ଼ିଶ ରାଜ୍ୟ ପଣ୍ୟାଗାର ନିଗମ ନୂତନ ମୁଖ୍ୟ କାର୍ଯ୍ୟାଳୟ ସୌଧର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶର, ୪।୭ (ଅସମାପିକା ଦାସ): ୧୯ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଓ ରାଜ୍ୟ ପଣ୍ୟାଗାର ନିଗମ ନୂତନ ମୁଖ୍ୟ କାର୍ଯ୍ୟାଳୟ ସୌଧ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ନିଗମ ରାଜ୍ୟର ୩୦ଟି ଜିଲାର ୬୮ଟି ସ୍ଥାନରେ ମୋଟ ୫,୨୧,୪୦୦ ମେଟ୍ରିକ ଟନ କ୍ଷମତାବିଶିଷ୍ଟ ଗୋଦାମଘର ପରିଚାଳନା କରିବ।
ମୁଖ୍ୟତଃ କୃଷିଜାତ ଦ୍ରବ୍ୟର ବୈଜ୍ଞାନିକ ପଦ୍ଧତିରେ ସଂରକ୍ଷଣ ଓ ସୁଷମ ବଣ୍ଟନର ଆନୁଷଙ୍ଗିକ ବ୍ୟବସ୍ଥାକୁ ସହାୟତା ଯୋଗାଇବ। ଭୁବନେଶର ସ୍ଥିତ ପ୍ଲଟ ନମମର-୨, କଟକ ରୋଡର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଥିବା ନିଗମର ମୁଖ୍ୟ କାର୍ଯ୍ୟାଳୟ ପଣ୍ୟାଗାର ଗୁଡ଼ିକ ସମସ୍ତ ବ୍ୟବସାୟିକ କାର୍ଯ୍ୟକୁ ପରିଚାଳନା କରିଥାଏ। ନିଗମର ବ୍ୟବସାୟିକ ଅଭିବୃଦ୍ଧି ହେବା ସଙ୍ଗେ ସଙ୍ଗେ ଏହାର କାର୍ଯ୍ୟ ପରିସରର ଆବଶ୍ୟକତାକୁ ପୂରଣ କରିବା ପାଇଁ ମୌଳିକ ସୁବିଧାଯୁକ୍ତ ଭିତ୍ତିଭୂମି ସୃଷ୍ଟି ନିମନ୍ତେ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଏକ ନୂତନ ୪ ମହଲା ବିଶିଷ୍ଟ ଅଫିସ ବିଲ୍ଡିଂ ର୍ନିମାଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି।
Share