କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୪: ଭୁବନେଶ୍ବରରେ ବୁଧବାର ଶିଶୁ ବାଟିକାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ଶିଶୁ ବାଟିକାର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି।

ନୂଆ ଶିକ୍ଷାବର୍ଷରେ ଜାତୀୟ ଶିକ୍ଷା ନୀତିକୁ ସରକାରୀ ବିଦ୍ୟାଳୟଗୁଡିକରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବୁଧବାରଠାରୁ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ପିଲାଙ୍କ ନାମଲେଖା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିସହ ରାଜ୍ୟର ସମସ୍ତ ବିଦ୍ୟାଳୟରେ ନୂଆକରି ଖୋଲିଥିବା ଶିଶୁ ବାଟିକାରେ ପଢ଼ିବାକୁ ଆସୁଥିବା ପିଲାମାନେ ପ୍ରବେଶ ଉତ୍ସବ କରିବା ସହିତ ଖଡିଛୁଇଁ ପାଠପଢ଼ା ଆରମ୍ଭ କରିବେ। ଏହି ଖଡିଛୁଆଁ କାର୍ଯ୍ୟକ୍ରମ ୪ ଦିନ ଧରି ଚାଲିବ। ନୂଆ କରି ନାମ ଲେଖୁଥିବା ପିଲାଙ୍କ ମଥାରେ ଫୁଲ ଓ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ପକାଇ ନୃତ୍ୟ, ବାଦ୍ୟ ଓ ଗୀତରେ ସ୍ବାଗତ କରାଯାଇଛି। ପ୍ରତିଦିନ ନୂଆ କରି ଆସୁଥିବା ଛାତ୍ରୀଛାତ୍ରଙ୍କୁ ଏଭଳି ଅଭିନବ ଭାବେ ସ୍ବାଗତ କରାଯାଇଛି। ସିଲଟରେ ତିନୋଟି ଗୋଲ କରି ଶିକ୍ଷକମାନେ ପିଲାଙ୍କ ବିଦ୍ୟାରମ୍ଭ କରିଛନ୍ତି। ପିଲାମାନେ ଶକ୍ଷକଙ୍କୁ ମୁଣ୍ଡିଆମାରି ସାରିବା ପରେ ବିଦ୍ୟାଳୟର ସବୁ ସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ, ଅଭିଭାବକଙ୍କ ସମେତ ଅତିଥିମାନେ ଯୋଗଦେଇଛନ୍ତି। ସେମାନଙ୍କ ପାଇଁ ବିଦ୍ୟାଳୟଗୁଡିକରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରବଳ ଖରା ହେଉଥିବାରୁ ସକାଳ ସାଢ଼େ ୬ଟାରୁ ବିଦ୍ୟାଳୟଗୁଡିକ ଖୋଲାଯାଇଛି। ରାଜ୍ୟର ସମସ୍ତ ବିଦ୍ୟାଳୟରେ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଏବଂ ବିଶିଷ୍ଠ ବ୍ୟକ୍ତିତ୍ୱଙ୍କ ଦ୍ୱାରା ଉଦ୍‌ଘାଟନ କରାଯିବ। ପ୍ରଶିକ୍ଷଣ ନେଇଥିବା ଶିକ୍ଷକମାନେ ପିଲାଙ୍କୁ ଖଡିଛୁଆଁ କାର୍ଯ୍ୟକ୍ରମରେ ସହଯୋଗ କରିଛନ୍ତି। ସେହିପରି ଶିଶୁ ବାଟିକା ଏବଂ ପ୍ରଥମ ଶ୍ରେଣୀ ପାଇଁ ନାମ ଲେଖାଉଥିବା ପିଲାଙ୍କୁ ବିଦ୍ୟାଳୟ ପକ୍ଷରୁ ସିଲଡ, ଖଡ଼ି, ଖେଳନା ସାମଗ୍ରୀ ସହିତ ମାଣ୍ଡିଆ ଲଡୁ ଖାଇବାକୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri