ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ

ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ ମାର୍ଦ୍ଦଳ ବଜାଉଥିବାର ଭିଡିଓ ସାମ୍ନାକୁ ଆସିଛି।

ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀପୂଜା ଓ ଦୀପାବଳି ଉତ୍ସବ, ଯାହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି। ପ୍ରଥମେ ସେ ନିଜ ଗାଁ ମୁଣ୍ଡ ପଡ଼ିଆରେ ଗୋଠାଣି ପୂଜାରେ ଯୋଗ ଦେବାପରେ ନିଜ ପରିବାର ଓ ଆତ୍ମୀୟ ସ୍ବଜନଙ୍କ ସହିତ ଦୀପାବଳି ପାଳନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ସଜାଇ ହେଇଥିଲା ରାଇକଳା ଗାଁ। ଗାଁ ଦାଣ୍ଡରେ ଝିଅ, ବୋହୂମାନେ ମୁରୁଜ ପକାଇଥିଲେ। ଏଥି ସହିତ କଳସ ସଜାଯାଇଥିଲା। ମୁଖ୍ୟମନ୍ତ୍ରୀ ଗାଁରେ ପହଞ୍ଚିବା ପରେ ସ୍ବାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା।

କାଳୀପୂଜା ଘରେ କରିବା ସହ ଗାଁରେ ଲୋକଙ୍କ ସହିତ ନିଜକୁ ସାମିଲ କରିଥିଲେ ମୁଖ୍ୟମନ୍ତ୍ରୀ। କାଳୀ ପୂଜାକୁ ସାନ୍ତାଳୀ ଭାଷାରେ ‘ସହରାଇ‘ (ପେ ମାହଁଆ ) ବୋଲି କୁହାଯାଏ। ସହରାଇ (ପେ ମାହଁଆ) ୩ଦିନ ଧରି ପାଳନ କରାଯାଏ।

ପ୍ରଥମ ଦିନକୁ ‘ଗୋଟବଙ୍କା’ ନାମରେ ପାଳନ କରାଯାଏ। ସେହିଦିନ ଅଣ୍ଡା ପୂଜା କରି ସାହିର ସବୁ ବଳଦ ଗାଈକୁ ନେଇ ଅଣ୍ଡା ଦିଆଯାଏ, ଦ୍ୱିତୀୟ ଦିନକୁ ଗୋବର୍ଦ୍ଧନ ପୂଜା। ସାନ୍ତାଳୀ ଭାଷାରେ ତାକୁ ‘ଖଳାବଙ୍କା’ବୋଲି କୁହାଯାଏ, ଏହି ଦିନ କୁକୁଡା ପୂଜା କରାଯାଏ।ତୃତୀୟ ଦିନ ‘ବୁଢ଼ୀ ବନ୍ଦନା ’ ତାକୁ ସାନ୍ତାଳୀ ଭାଷାରେ ‘ଗାଏ ଖୁଣ୍ଟଉ ’ ବୋଲି କୁହାଯାଏ। ସେହିଦିନ ଗୋରୁଙ୍କୁ ବନ୍ଦାପନା କରାଯାଇଥାଏ, ତାକୁ ସାନ୍ତାଳୀ ଭାଷା ‘ଚୁମାଣା ’ବୋଲି କୁହାଯାଏ, ଏହିପରି ୩ ଦିନ ସହରାଇ ପାଳନ କରାଯାଏ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାର୍ଦ୍ଦଳ ବଜାଇ ଗ୍ରାମବାସୀଙ୍କ ସହ ସହରାଇ ପୂଜା ମନାଇଥିଲେ। ଶେଷରେ ବାଣ ଫୂଟାଇ ଦୀପାବଳି ମନାଇବା ସହିତ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri