ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ରୂପାରନ୍ତରୀକରଣ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୭ା୨(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ କରିଛନ୍ତି। ସ୍କୁଲ ରୂପାନ୍ତୀକରଣ ଭଳି ହସ୍ପିଟାଲ ରୂପାନ୍ତରୀକରଣ ମଧ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରାଜ୍ୟରେ ଶୁଭାରମ୍ଭ ହୋଇଛି ବୋଲି ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ଏଥିସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍‌ ସେଣ୍ଟରକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରି ଏହା ଲୋକମାନଙ୍କୁ ଗୁଣାତ୍ମକ ଚିକିତ୍ସା ସୁବିଧା ମିଳିବ ବୋଲି କହିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କ ଉଦ୍ୟମକୁ ଉଚ୍ଚ ପ୍ରଶଂସା କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପୌରାଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ଓଏଚ୍‌ଆର୍‌ଡିସି ଅଧ୍ୟକ୍ଷ ଡି. ବିଶ୍ବନାଥ, ରାଜ୍ୟ କୃଷି ବିପଣନ ବୋର୍ଡ ପରାମର୍ଶଦାତା ସୁରେନ୍ଦ୍ର ପ୍ରଧାନ, ଗ୍ରୀଟ୍‌ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ସମେତ ବ୍ଲକ ଓ ପୌର ପରିଷଦର ନିର୍ବାଚିତ ପ୍ରତିନିଧି, ଏସ୍‌ଏଚ୍‌ଜି ମହିଳା ଗୋଷ୍ଠୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ସୁବ୍ରତ କୁମାର ଜେନା, ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଡା ପ୍ରତିଭା ପାତ୍ର, ଡା ଦୁର୍ଗା ପ୍ରସାଦ ପଣ୍ଡା, ଡା ମାଧବ ଚନ୍ଦ୍ର ସାହୁଙ୍କ ସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri