ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଛନ୍ତି। ଏହି ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ସେ କହିଛନ୍ତି, ଦେଶର ସୁରକ୍ଷାରେ ଦେବାଶିଷଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କର ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଉଛି।