ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ। ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ ଯୋଗେ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ଡମ୍ବରୁଧର ଉଲାକା ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ତାଙ୍କର ବିୟଗ ସମୟରେ ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ।
ପ୍ରଥମେ ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ କୁ ନିଆଯିବ ଓ ଏହା ପରେ ରାୟଗଡ଼ା ଜିଲା କୋଲନରା ବ୍ଲକ ବାଙ୍କିଲି ସ୍ଥିତ ବାସଭନକୁ ନିଆଯିବାର ସୂଚନା ମିଳୁଛି।
ଦେହାନ୍ତ ବିଷୟରେ ଜାଣି ମାନ୍ୟବର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିବା ସହ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri