ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାଃ କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, କମଳା ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ। ଫୁସ୍‌ଫୁସ୍‌ଜନିତ ସମସ୍ୟାରେ ପୀଡ଼ିତ ଥାଇ କଟକର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି।