ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ।

ଗଞ୍ଜାମ ଜିଲା ତଥା ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା । ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Share