ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ଦେହାନ୍ତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଗଞ୍ଜାମବାସୀଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ସର୍ବଦା ସ୍ମରଣୀୟ ରହିବ। ବିଜୁ ଜନତା ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହା ଓଡ଼ିଶାର ରାଜନୀତି ତଥା ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Share