କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ସ୍ବର୍ଗତ ଚିନାରାଙ୍କ ପରିବାରବର୍ଗଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି। ମୃତକ ଓ ନିଖୋଜଙ୍କ ପରିବାରବର୍ଗଙ୍କୁ ସେଠାରେ ସହାୟତା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ କେରଳ ପଠାଯାଇଛି। ସେମାନେ କେରଳ ସରକାରଙ୍କ ସହ ସମନ୍ବୟ ରକ୍ଷା କରି ଉଦ୍ଦାର ଓ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ତ୍ୱରାନ୍ବିତ କରିବେ।

ଏଥିସହିତ କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Share