ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ୧୮୨ ଉଦ୍ଧାରକାରୀ ଟିମ୍‌ ମୁତୟନ ହୋଇଥିବେଳେ ଅତ୍ୟାଧୁନିକ ଯନ୍ତ୍ରପାତି ଯୋଗାଇ ଦିଆଯାଇଛି। ଏହାବ୍ୟତୀତ ଆଉ ୧୦ଟି ଟିମ୍‌ ଭୁବନେଶ୍ୱରରେ ସଜାଗ ରହିଛନ୍ତି।

ସନ୍ଧ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ସନ୍ଧ୍ୟାରୁ ବର୍ଷାର ମାତ୍ରା ବଢ଼ିବ। ପ୍ରଭାବିତ ଜିଲାରୁ ୧୦ରୁ ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ ଲକ୍ଷ୍ୟ ରଖାଯାଇଛି। ଗ୍ରାଉଣ୍ଡରେ ଅଧିକାରୀ ଅଛନ୍ତି, ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଥିବା ମନ୍ତ୍ରୀ କହିଛନ୍ତି।

ରିଲିଫ କେନ୍ଦ୍ରରେ ସବୁ ସୁବିଧା ଯୋଗାଇ ଦିଆଯିବ।  ଯେଉଁ ଜାଗାରେ ବାତ୍ୟା ପ୍ରଭାବ ରହିବ, ସେ ସବୁ ସ୍ଥାନର ଲୋକଙ୍କୁ ଘର ଛାଡି ରିଲିଫ କେନ୍ଦ୍ରକୁ ଆସିବାକୁ  ରାଜସ୍ୱ ଏବଂ ବିପର୍ଯ୍ୟୟ ମନ୍ତ୍ରୀ  ନିବେଦନ କରିଛନ୍ତି। ଘର ନିରାପତ୍ତା ପାଇଁ ଗାଁଗୁଡ଼ିକ ପୋଲିସ ଦାୟିତ୍ୱରେ ରହିବ।  ‘ଦାନା’ ଧାମରା ପାଖାପାଖି ଲ୍ୟାଣ୍ଡ ଫଲ୍ କରିବ।  ଲୋକଙ୍କୁ ସବୁ ସୁବିଧା ସୁଯୋଗ ଯୋଗାଇ ଦିଆଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ

ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍‌ ଘଟଣାର...

ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର...

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ...

ବିଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା, ଚାଲିଗଲା ମହିଳାଙ୍କ ଜୀବନ

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା...

ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri