କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରସ୍ଥ ଚିକିତ୍ସାଳୟରେ କରୋନା ଟିକା ନେଇଛନ୍ତି।

ଏ ସମ୍ପର୍କରେ ନବୀନ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି କରୋନା ଟିକା ନେଇ ବହୁତ ଖୁସି। ଟିକା ନେବା ପରେ ସେ ବୈଜ୍ଞାନିକ ଏବଂ ସମସ୍ତ ଡାକ୍ତରଙ୍କୁ ଧନ୍ୟବାଦ ମଧ୍ୟ ଦେଇଛନ୍ତି। ଲୋକମାନଙ୍କ ନିକଟରେ ବୈଜ୍ଞାନିକ ଏବଂ ସ୍ବାସ୍ଥ୍ୟକର୍ମୀମାନେ ଟିକା ପହଞ୍ଚାଇଥିବାରୁ ସେ କୃତଜ୍ଞ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିବା ବେଳେ ୬୦ ବର୍ଷରୁ ଅଧିକ ଲୋକେ ପରିଚୟପତ୍ର ଦେଖାଇ ଟିକା ନେଉଛନ୍ତି। ଉଭୟ ସରକାରୀ ଏବଂ ଘରୋଇ ହସ୍ପିଟାଲରେ ଏହି ଟିକା ଦିଆଯାଉଛି। ସରକାରୀ ହସ୍ପିଟାଲରେ ଟିକା ମାଗଣାରେ ମିଳୁଥିବା ବେଳେ ଘରୋଇ ହସ୍ପିଟାଲରେ ପ୍ରତି ଡୋଜକୁ ୨୫୦ ଟଙ୍କା ଦେବାକୁ ପଡ଼ିବ।

Share