ଦ୍ରୌପଦୀଙ୍କୁ ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ବିଧାନସଭାରେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷକୁ ଦ୍ରୌପଦୀଙ୍କୁ ପାଛୋଟି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ଏମ୍‌ପିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି। ପ୍ରାୟ ୩୦ ମିନିଟ୍‌ ଧରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିବ। ଏହା ପରେ ଦ୍ରୌପଦୀ ରାଜ୍ୟ ଅତିଥି ଭବନ ଯିବେ। ସେଠାରେ ଭାଜପା ଏମ୍‌ପି ଓ ବିଧାୟକଙ୍କ ସହ ଆଲୋଚନା କରିବେ।

Share