ଜନ୍ମମାଟିରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୨୦ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଯଦିଓ ପ୍ରଶାସନ ପକ୍ଷରୁ କୌଣସି ସୂଚନା ମିଳିନାହିଁ, ତେବେ ଦଳୀୟ ସୂତ୍ରରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ କାର୍ଯ୍ୟସୂଚୀ ଅନୁଯାୟୀ ଏ ସମ୍ପର୍କରେ ଜଣା ପଡ଼ିଛି। ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଘଟଗାଁ, କେନ୍ଦୁଝର, ତାଙ୍କ ଗ୍ରାମ ରାଇକଳା ଓ ଝୁମ୍ପୁରା ରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ସଦର ବିଧାନସଭା ନିର୍ବାଚନମଣ୍ଡଳୀରୁ ଚତୁର୍ଥ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଥିବା ମୋହନ ଚରଣ ମାଝି ୨୩ ତାରିଖ ରବିବାର ଦିନ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଘଟଗାଁରେ ଆସି ପହଞ୍ଚିବେ। ଏହାପରେ ମା’ ତାରିଣୀଙ୍କ ଦର୍ଶନ ସାରି ରୋଡ ଶୋ’ କରିବେ। ସେଠାରୁ ପୁଣି ସେହି ହେଲକପ୍ଟରରେ କେନ୍ଦୁଝର ଆସି ରିଜର୍ଭ ପୋଲିସ ପଡିଆରେ ଓହ୍ଲାଇବେ। ପୁଣି ସେଠାରୁ କାର ଯୋଗେ ପୁରୁଣା ସହର ଯାଇ ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ନେବେ । ଏହା ପରେ ଏକ ରୋଡ ଶୋ’ରେ କେନ୍ଦୁଝର ସହର ପରିକ୍ରମା କରିବେ। ପରେ ଷ୍ଟାଡିୟମ ଠାରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ କେନ୍ଦୁଝର ସର୍କିଟ ହାଉସଠାରେ ସେ ରାତ୍ରିଯାପନ କରିବା ସହିତ ୨୪ ତାରିଖ ସକାଳେ ନିଜ ଗାଁ ରାଇକଳାକୁ ହେଲିକପ୍ଟରରେ ଯିବାର କାର୍ଯ୍ୟକ୍ରମ ରହିଛି । ଗାଁ ନିକଟରେ ଥିବା ଝୁମ୍ପୁରାରେ ଏକ ରୋଡ ଶୋ କାର୍ଯ୍ୟକ୍ରମ ପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି । ଭାଜପା ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେହିପରି ନିଜ ମାଟିରେ ଜିଲାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଓ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବାକୁ ଲୋକେ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri