ଚଳିତବର୍ଷ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତବର୍ଷ ଜନ୍ମଦିନ ପାଳିବେ ନାହିଁ। ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ସେପ୍ଟେମ୍ବର ୧୬ ପରଲୋକ ହୋଇଥିଲା। ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା।

Share