ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଜି ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ୪ଟାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ସହ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ମେଡ଼ିକାଲ କଲେଜ କର୍ତ୍ତୃପକ୍ଷ ମଧ୍ୟ ଉପସ୍ଥିତ ରହିବେ। କରୋନା ସ୍ଥିତିକୁ ନେଇ ବୈଠକରେ ରଣନୀତି ପ୍ରସ୍ତୁତ ବିଷୟରେ ଆଲୋଚନା କରାଯିବ।