ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାଯର୍ର୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ଜିଲାକୁ ଗସ୍ତ କରିବେ।
ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଆସନ୍ତା ଡିସେମ୍ବର ପହିଲାରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ ଚଳିତ ମାସ ଶେଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ଜିଲା ଗସ୍ତ କାର୍ଯ୍ୟକ୍ରମକୁ ସାରିବା ନିମନ୍ତେ ବିଜେଡି ରଣନୀତି ପ୍ରସ୍ତୁତ କରିଛି ।