ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ଲାଭ କରିବେ। କରୋନା ମହାମାରୀ ପରେ ପ୍ରଥମଥର ପାଇଁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ପୂର୍ବରୁ ଯଦିଓ ମୁଖ୍ୟମନ୍ତ୍ରୀ ପୁରୀ ଯାଇଥିଲେ କରୋନା କଟକଣା ଯୋଗୁ ସିଂହଦ୍ୱାର ସମ୍ମୁଖରୁ ଦର୍ଶନ କରି ଫେରିଥିଲେ। ଏହି ଗସ୍ତ ସମୟରେ ସେ ପୁରୀର ସୌନ୍ଦର୍ଯ୍ୟକରଣ ପ୍ରତି ଗୁରୁତ୍ୱାରୋପ କରିଥିଲେ। ମାତ୍ର ଆଜି ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବେ। ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Share