ଗୁରୁବାର ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ ହୋଇ ସାରିଲାଣି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଏହି ଷ୍ଟାଡିୟମ୍‌ ଉଦ୍‌ଘାଟନ କରିବେ। ଏହାସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ମେଡିକାଲ କଲେଜ ଏବଂ ୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

Share