ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା’ଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଭାଜପା କଟକ ନଗର (ଜିଲା) ସଭାପତି ଲଲାଟେନ୍ଦୁ ବଡୁ, ପୂର୍ବତନ ମନ୍ତ୍ରୀ ସମୀର ଦେ, ଦଳର ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଓ ବିଧାୟକ ପ୍ରକାଶ ସେଠୀ ପ୍ରମୁଖ ଭେଟି କଟକର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ ଆସନ୍ତା ଶନିବାର ମହାନବମୀରେ କଟକ ଗସ୍ତ କରି ପୂଜା ମଣ୍ଡପ ବୁଲିବେ ବୋଲି ପ୍ରତିଶ୍ରୁତି ଦେଇଥିବା ବଡୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ସକାଳ ୯ଟା ୩୦ ମିନିଟ୍‌ରେ କଟକରେ ପହଞ୍ଚତ୍ବେ। ଚୌଧୁରୀ ବଜାର, ଚାନ୍ଦିନୀଚୌକ ଓ ମଙ୍ଗଳାବାଗ ଭଳି ୧୫ଟି ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କିଛିଦିନ ପୂର୍ବେ ଦଳର ନେତୃବୃନ୍ଦମାନେ ପୂଜା ମଣ୍ଡପ ବୁଲିବା ପାଇଁ ନିମନ୍ତ୍ରଣ କରିଥିଲେ। ଗୁରୁବାର ମହାସପ୍ତମୀରେ କଟକ ଗସ୍ତ କରିବା ପାଇଁ ନବୀନ ପ୍ରତିଶ୍ରୁତି ଦେଇଥିଲେ। ତେବେ ନବୀନଙ୍କ କଟକ ଗସ୍ତ ନେଇ ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଜିଲା ସଭାପତି ଦେବାଶିଷ ସାମନ୍ତରାୟ କହିଛନ୍ତି, ମହାସପ୍ତମୀରେ ନବୀନ ପଟ୍ଟନାୟକ କଟକ ଗସ୍ତ କରିବେ ନାହିଁ। ହେଲେ ଅନ୍ୟ ଦିନ ଅଥବା ଅଷ୍ଟମୀ, ନବମୀ ଓ ଦଶମୀରେ କଟକ ଆସି ପୂଜା ମଣ୍ଡପ ବୁଲିପାରନ୍ତି। ସେହିପରି ଦଶହରାରେ ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଓ ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ ଦଳୀୟ କର୍ମୀଙ୍କ ସହ ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image