ଭୁବନେଶ୍ୱର,୫ା୬(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) June 5, 2022
ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି।