ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ।

Share