ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


ମୁଖ୍ୟମନ୍ତ୍ରୀ ଟୁଇଟ୍‌ରେ ଲେଖିଛନ୍ତି, ‘ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି। ଖୁବ୍‌ଶୀଘ୍ର ସେ ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି।

Share