ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଛି। ମାତ୍ର ଓ ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଯାଇଛି। ରାଜ୍ୟ ସରକାର କୋଭିଡ କଟକଣା ଭିତରେ ଉତ୍କଳ ଦିବସ ପାଳନ କରିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ କରି କହିଛନ୍ତି, ଓଡ଼ିଶା ଦିବସର ଆନ୍ତରିକ ଶୁଭେଚ୍ଛା। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା ବୋଲି ସେ କହିଛନ୍ତି।

Share