‘ସୁନନ୍ଦା ସମ୍ମାନ’କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, ୨୩ା୧୦ (ବ୍ୟୁରୋ) :ଶାସ୍ତ୍ରୀୟ ସଙ୍ଗୀତରେ ଉତ୍କର୍ଷ ଲାଗି ରାଜ୍ୟର ଜଣେ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ମିଳିବ। ବିଶିଷ୍ଟ ସଙ୍ଗୀତ ଗୁରୁ ସ୍ବର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ନାମରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କା ଦିଆଯିବ। ପୂର୍ବରୁ ଏନେଇ ଘୋଷଣା ହୋଇଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ସୁନନ୍ଦା ସମ୍ମାନ’କୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ସୁନାମଧନ୍ୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ତଥା ସଙ୍ଗୀତ ସାମ୍ରାଜ୍ଞୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ‘ସୁନନ୍ଦା ସମ୍ମାନ’ ଓ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ତାଙ୍କ ପରଲୋକ ପରେ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ। ତେବେ ଏହି ଘୋଷଣା ଅନୁସାରେ, ଶାସ୍ତ୍ରୀୟ ସଙ୍ଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରତିବର୍ଷ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ। ସେହିଭଳି ଶାସ୍ତ୍ରୀୟ ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ। ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାରର ଅନୁମତିକ୍ରମେ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ଏଥିସହ ସୁନନ୍ଦାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପରିସରରେ ଏକ ସ୍ବତନ୍ତ୍ର ଗ୍ୟାଲେରୀରେ ସଂରକ୍ଷିତ କରି ରଖିବା ପାଇଁ ବ୍ୟବସ୍ଥା କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତିବର୍ଷ ସ୍ବର୍ଗତ ପଟ୍ଟନାୟକଙ୍କ ଜୟନ୍ତୀ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ପାଳନ କରାଯିବ ବୋଲି ଘୋଷଣା ହୋଇଥିଲା।  ସବୁଜ ଯୁଗର ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ସୁନନ୍ଦା ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତରେ ଜଣେ ନିପୁଣ କଣ୍ଠଶିଳ୍ପୀ ଥିଲେ। ବିଧିବଦ୍ଧ ସଙ୍ଗୀତ ଶିକ୍ଷା ନ କରି ମଧ୍ୟ ପିଲାଦିନୁ ଗୀତ ଶୁଣି ଶୁଣି ନିଜେ ଗାଉଥିଲେ ଓ ପରବର୍ତ୍ତୀ ସମୟରେ ସଙ୍ଗୀତ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ୨୦୨୦ ଜାନୁୟାରୀ ୧୯ରେ ୮୫ବର୍ଷ ବୟସରେ ଏହି ଖ୍ୟାତନାମା କଣ୍ଠଶିଳ୍ପୀ ଆଖି ବୁଜିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri