ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ। ତେବେ ଆସନ୍ତାକାଲି ଏହି ଜନଶୁଣାଣି ବନ୍ଦ ରହିବ ବୋଲି ଆଜି  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କାରଣ କାଲିଠାରୁ ସପ୍ତଦଶ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏହି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ।

ଆସନ୍ତାକାଲିଠୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ। ତା’ ପୂର୍ବରୁ ଆଜି ସରିଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ।

Share