ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ

ନୂଆପଡା ଅଫିସ୍‌।୧୦।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆପଡା ଗସ୍ତରେ ଆସିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୦.୪୦ରେ ନୂଆପଡା ଜିଲା ଗୋତମା ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିବେ। ସେଠାରୁ ସେ ତିଖାଲି ଡ୍ୟାମ୍‌ ନିକଟକୁ ଯାଇ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏହାପରେ ମୁଖ୍ୟମନ୍ତ୍ରୀ ଖଡିଆଳର ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ପଡିଆରେ ଆୟୋଜିତ ଜନସଭାକୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ସେ ଜିଲାରେ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରାୟ ୪ହଜାର କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିବା ସମ୍ଭାବନା ରହିଛି।