Posted inଜାତୀୟ

ଆଜି ସୁପ୍ରିମକୋର୍ଟରେ ହାଜର ହେବେ ୧୮ ରାଜ୍ୟର ମୁଖ୍ୟ ସଚିବ

ନୂଆଦିଲ୍ଲୀ,୨୭ା୮(ପି.ଟି.): ନ୍ୟାୟିକ ଅଧିକାରୀମାନଙ୍କୁ ବକେୟା ପେନ୍‌ସନ ଏବଂ ଅବସରକାଳୀନ ସୁବିଧା ଯୋଗାଇଦେବା ପାଇଁ ଦ୍ୱିତୀୟ ନ୍ୟାଶନାଲ ଜୁଡିସିଆଲ ପେ’ କମିଶନ (ଏସ୍‌ଏନ୍‌ଜେପିସି)ଙ୍କ ସୁପାରିସ୍‌କୁ ୧୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ କାର୍ଯ୍ୟକାରୀ କରିନାହାନ୍ତି। ଉକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବମାନଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟରେ ହାଜର ହେବା ଲାଗି ସମନ୍‌ ଜାରି ହୋଇଛି। ଓଡ଼ିଶା ସମେତ ତାମିଲନାଡୁ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼, ଦିଲ୍ଲୀ, ଆସାମ, ନାଗାଲାଣ୍ଡ, ମେଘାଳୟ, ହିମାଚଳପ୍ରଦେଶ, ଜମ୍ମୁ-କଶ୍ମୀର, ଲଦାଖ, ଝାଡ଼ଖଣ୍ଡ, କେରଳ, ବିହାର, ଗୋଆ ଏବଂ ହରିୟାଣାର ମୁଖ୍ୟ ସଚିବମାନେ ୨୭ ତାରିଖରେ ସର୍ବୋଚ୍ଚ ଅଦାଲତରେ ହାଜର ହେବେ।
ଏନେଇ ସର୍ବଭାରତୀୟ ବିଚାରପତି ସଂଘ ପକ୍ଷରୁ କରାଯାଇଥିବା ଆବେଦନ ସମେତ ଅନ୍ୟ ୨୨ଟି ପିଟିଶନ୍‌କୁ ମଙ୍ଗଳବାର ଶୁଣାଣି ପାଇଁ ପ୍ରଧାନ ବିଚାପରତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଗ୍ରହଣ କରିଛନ୍ତି। ମୁଖ୍ୟ ସଚିବମାନେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ନ ହେଲେ ସେମାନଙ୍କ ନାଁରେ ଜାମିନବିହୀନ ଗିରଫ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ) ଜାରି ହେବ ବୋଲି ସିଜେଆଇ ଗତ ୨୨ ତାରିଖରେ କହିଥିଲେ। ଅନେକ ନିର୍ଦ୍ଦେଶନାମା ଜାରି ଏବଂ ସମୟ ବଢ଼ାଇବା ସତ୍ତ୍ୱେ ୧୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏସ୍‌ଏନ୍‌ଜେପିସିଙ୍କ ସୁପାରିସ୍‌କୁ ସମ୍ପୂର୍ଣ୍ଣ କାର୍ଯ୍ୟକାରୀ କରି ନ ଥିବା ଅଦାଲତଙ୍କୁ ଏହି ମାମଲାରେ ଆମିକସ୍‌ କ୍ୟୁରି ଭାବେ ସହାୟତା କରୁଥିବା ବରିଷ୍ଠ ଆଇନଜୀବୀ କେ. ପରମେଶ୍ୱର ଜଣାଇବା ପରେ ସୁପ୍ରିମକୋର୍ଟ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବତନ ବିଚାରପତି ଏବଂ ନ୍ୟାୟିକ ଅଧିକାରୀମାନଙ୍କ ପାଇଁ କଲ୍ୟାଣକାରୀ ଯୋଜନା ଓ ଅନ୍ୟାନ୍ୟ ସୁବିଧା ଲାଗୁ କରାଯିବା ଅଲ୍‌ ଇଣ୍ଡିଆ ଜଜ୍‌ସ ଆସୋସିଏଶନ (ଏଆଇଜେଏ) ଚାହୁଁଛି। ଏଥିପାଇଁ କମିଶନ କରିଥିବା ସୁପାରିସ୍‌କୁ କାହିଁକି କାର୍ଯ୍ୟକାରୀ କରାଯାଇ ନାହିଁ, ସେ ନେଇ ମୁଖ୍ୟ ସଚିବମାନେ ଅଦାଲତରେ ହାଜର ହୋଇ ସ୍ପଷ୍ଟୀକରଣ ଦେବେ। ସୂଚନାଯୋଗ୍ୟ, ଜୁଲାଇ ୧୧ରେ ସୁପ୍ରିମକୋର୍ଟ ୨୩ଟି ରାଜ୍ୟର ମୁଖ୍ୟ ସଚିବଙ୍କୁ ଅଗଷ୍ଟ ୨୩ରେ ହାଜର ହେବା ପାଇଁ ସମନ୍‌ ଜାରି କରିଥିଲେ। ତେବେ ସେଥିରୁ ୫ଟି ରାଜ୍ୟ ଏସ୍‌ଏନ୍‌ଜେପିସିଙ୍କ ସୁପାରିସ୍‌କୁ କାର୍ଯ୍ୟକାରୀ କରିଥିବା ଆମିକସ୍‌ କ୍ୟୁରି ଜଣାଇବା ପରେ ଅବଶିଷ୍ଟ ୧୮ ରାଜ୍ୟର ମୁଖ୍ୟ ସଚିବଙ୍କୁ ସମନ୍‌ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri