Posted inଜାତୀୟ

ଫେବୃୟାରୀ ୧ରୁ ପୂର୍ଣ୍ଣ କ୍ଷମତାରେ ଖୋଲିବ ସିନେମା ହଲ

ନୂଆଦିଲ୍ଲୀ, ୩୧।୧: ସିନେମା ହଲ ଖୋଲିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ସରକାର ସିନେମା ହଲ ଉପରେ ଜାରି ହୋଇଥିବା କଟକଣା ଉଠାଇ ନେଇଛନ୍ତି। ଏବେ ଫେବୃୟାରୀ ୧ଠାରୁ ସିନେମା ହଲ ଗୁଡ଼ିକ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବ। ଅର୍ଥାତ୍‌ ହଲରେ ରହିଥିବା ସିଟ୍‌ ସଂଖ୍ୟକ ଦର୍ଶକ ଏବେ ବସି ଫିଲ୍ମ ଦେଖି ପାରିବେ। ଏସମ୍ପର୍କରେ କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ରବିବାର କହିଛନ୍ତି। ତେବେ ହଲରେ କରୋନା ମାର୍ଗଦର୍ଶିକାକୁ ପାଳନ କରିବାକୁ ପଡ଼ିବ। ସାମାଜିକ ଦୂରତା ବଜାୟ ରଖିବା, ମାସ୍କ୍‌ ପିନ୍ଧିବା, ସାନିଟାଇଜର ବ୍ୟବହାର, ଆରୋଗ୍ୟ ସେତୁ ଆପ୍‌ ଇନଷ୍ଟଲଲେଶନ୍‌ ଏବଂ ଥର୍ମାଲ ସ୍କ୍ରିନିଂ ଆଦିକୁ ପାଳନ କରାଯିବ ବୋଲି ସେ କହିଛନ୍ତି। ଅନ୍‌ଲାଇନ୍‌ ଟିକେଟ୍‌ ବୁକିଂ ଉପରେ ଗୁରୁତ୍ୱାରୋପ କରାଯିବା ସହିତ ଅନ୍ୟ ସମସ୍ତ ସୁରକ୍ଷା ବ୍ୟବସ୍ଥା ପାଳନ ଅପରିହାର୍ଯ୍ୟ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୨୦ ଅକ୍ଟୋବରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୫୦ ପ୍ରତିଶତ କ୍ଷମତାରେ ସିନେମା ହଲ ଖୋଲିବା ଲାଗି ଅନୁମତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ...

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri