ନଦୀ ଭିତରକୁ ଯିବନି ସହରର ନର୍ଦ୍ଦମା ପାଣି

କଟକ ଅଫିସ,୨୮।୩ : ଏଣିକି ଆଉ କାଠଯୋଡି ନଦୀ ଭିତରକୁ ଯିବନି କଟକ ସହରର ନର୍ଦ୍ଦମା ପାଣି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟର କେତେ ନଦୀରେ ଏହିପରି ଭାବରେ ପ୍ରଦୂଷିତ ଜଳ ମିଶୁଛି । ସେ ସମ୍ପର୍କରେ ତଥ୍ୟ ଦେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

କାଠଯୋଡ଼ି ନଦୀରେ ମିଶୁଥିବା ଏହି ପ୍ରଦୂଷିତ ଜଳକୁ ମତ୍ତଗଜପୁର ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟକୁ ଛାଡିବା ପାଇଁ କୋର୍ଟ ସ୍ପଷ୍ଟ ଭାବେ ନିର୍ଦେଶ ଦେଇଛନ୍ତି । ଯେହେତୁ ଜାଇକା ପ୍ରକଳ୍ପ କାର୍ଯ୍ୟ ଚାଲିଛି । ତେଣୁ ବାଧ୍ୟ ହୋଇ ଏଭଳି କରିବାକୁ ପଡୁଛି ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଥିଲା । ତେଣୁ ଏହାର ସ୍ଥାୟୀ ସମାଧାନ ପାଇଁ ସିଏମ୍‌ସି କି ପଦକ୍ଷେପ ନେଇଛନ୍ତି ସେ ସମ୍ପର୍କରେ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଧାର୍ଯ୍ୟ କରାଯାଇଛି।

Share