ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷତିପୂରଣ ଅର୍ଥ ଆତ୍ମସାତ୍‌

ଧର୍ମଶାଳା,୨୫ା୩(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବିଭିନ୍ନ ମୌଜାରେ ବନ୍ୟାଯୋଗୁ ପ୍ରଭାବିତ ହୋଇଥିବା ପ୍ରକୃତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରା ନ ଯାଇ ତହସିଲ ପକ୍ଷରୁ ବିପୁଳ ଟଙ୍କା ଆତ୍ମସାତ କରାଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଧର୍ମଶାଳା ତହସିଲଦାର ଓ ସମ୍ପୃକ୍ତ ମୌଜାର ତତ୍କାଳୀନ ଆର୍‌ଆଇ ମିଶି ପ୍ରାୟ ୩୦ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଚାଷୀମାନେ ଯାଜପୁର ଜିଲାପାଳଙ୍କୁ ଭେଟି ଲିଖିତ ଆକାରରେ ଜଣାଇଛନ୍ତି। ଏଥିସହ ଘଟଣାର ତଦନ୍ତ କରି ପ୍ରକୃତ ଚାଷୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଅଭିଯୋଗ ପରେ ଘଟଣାର ଅନୁସନ୍ଧାନ କରିବାକୁ ଜିଲାପାଳ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ଅନୁଯାୟୀ, ୨୦୨୧/୨୨ ଖରିଫ ଋତୁରେ ବନ୍ୟା ଯୋଗୁ ଧର୍ମଶାଳା ତହସିଲର ଅଭୟପୁର, ବମ୍ଫୁ, ଦକ୍ଷିଣଶାସନ, ଶଙ୍ଖାରୀଢିହ, ମଙ୍ଗରାଜପୁର, ଚକ୍ରୋଡ଼ା, ପାଟପୁର ଆଦି ମୌଜାରେ ହେକ୍ଟରହେକ୍ଟର ଜମିରେ ଧାନ ଫସଲ ନଷ୍ଟ ହୋଇଥିଲା। କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ଧର୍ମଶାଳା ତହସିଲ ପକ୍ଷରୁ ସମ୍ପୃକ୍ତ ମୌଜାର ଆର୍‌ଆଇଙ୍କୁ କ୍ଷୟକ୍ଷତି ଆକଳନ ପାଇଁ ତହସିଲଦାର ନିୟୋଜିତ କରିଥିଲେ। ତେବେ ସମ୍ପୃକ୍ତ ଆର୍‌ଆଇ କ୍ଷୟକ୍ଷତି ଆକଳନ ନ କରି ଅଫିସରେ ବସି ତହସିଲଦାରଙ୍କ ସଲାସୁତରାରେ ଅଣଚାଷୀଙ୍କ ନାମରେ ପାଖାପାଖି ୩୦ ଲକ୍ଷ ଟଙ୍କା ଆତ୍ମସାତ କରିଥିଲେ। ଉପରୋକ୍ତ ମୌଜା ଗୁଡିକରେ ବନ୍ୟା କ୍ଷୟକ୍ଷତି ପାଇଁ ଏକର ପିଛା ୫ ହଜାର ଟଙ୍କା ଲେଖାଏ ରାଜସ୍ବ ବିଭାଗ ପକ୍ଷରୁ ମୋଟ୍‌ ୪୪ ଲକ୍ଷ ୬୬୧ଟଙ୍କା ମଞ୍ଜୁର କରାଯାଇଥିଲା। ହେଲେ ଏମାନଙ୍କ ମଧ୍ୟରୁ ଅଣଚାଷୀଙ୍କ ନାମରେ ଚିଠା ପ୍ରସ୍ତୁତ କରାଯାଇ ପାଖାପାଖି ୩୦ ଲକ୍ଷ ଟଙ୍କାକୁ ଉଭୟ ତହସିଲଦାର ଓ ଆରଆଇ ହଡ଼ପ କରିଥିବା ନେଇ ସମ୍ପୃକ୍ତ ଅଞ୍ଚଳର ଚାଷୀ ସତ୍ୟରଞ୍ଜନ କର, ପୀତବାସ ସାହୁ, ବୀରେନ୍ଦ୍ର ସାହୁ, ଅନିଲ ଭୁୟାଁ, ମୃତ୍ୟୁଞ୍ଜୟ ସାହୁ, କଳିଙ୍ଗ କେଶରୀ ମିଶ୍ର, ସନାତନ ବଳ, ରମେଶ ପ୍ରଧାନ, ସୁରେନ୍ଦ୍ର ଦାସ, ବଟକୃଷ୍ଣ ଦାସ, ଆନନ୍ଦ କୁମାର ସାହୁ, ଅନନ୍ତ ଚରଣ ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ଧର୍ମଶାଳା ତହସିଲଦାର ସ୍ବାଗତ ଦାସଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ହେଁ ତାହା ସମ୍ଭବ ହୋଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri