ଆସନ୍ତା ସୋମବାର ହେବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ରଥଯାତ୍ରା ଓ ବିଧାନସଭା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା।

Share