ଭିଜିଲାନ୍ସ ଜାଲରେ କନଷ୍ଟେବଳ, ୬ ଲକ୍ଷ ଟଙ୍କା ନେଇ ପଡ଼ିଲେ ଧରା

ଫୁଲବାଣୀ,୧ା୧୧(ରାକେଶ କୁମାର ରାଉତ): ଭିଜିଲାନ୍ସ ଜାଲରେ ଜଣେ ଡିଭିଏଫ କନଷ୍ଟେବଳ ପଡ଼ିଛନ୍ତି। ସେ ବେଆଇନ ଭାବେ ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଫୁଲବାଣୀ ଏବଂ ବୌଦ୍ଧ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। କନଷ୍ଟେବଳ ଜଣକ ହେଲେ ବୌଦ୍ଧ ଜିଲା କଣ୍ଟାମାଳର ହରିଶ ଚନ୍ଦ୍ର ସାହୁ।

ମିଳିଥିବା ସୂଚନାନୁସାରେ, ହରିଶଚନ୍ଦ୍ର ବୌଦ୍ଧ ଜିଲାର ବଘିଆପଡ଼ା ଫାଣ୍ଡି ଅଞ୍ଚଳରେ କିଛିଦିନ ହେବ ଗଞ୍ଜେଇ ଚାଷ କରୁଥିବା ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହା ପରେ ଫୁଲବାଣୀ ଓ ବୌଦ୍ଧ ଭିଜିଲାନ୍ସ ୨ଟି ଟିମ୍‌ କରି ବଘିଆପଡ଼ା ଫାଣ୍ଡି ନିକଟରେ ଛକି ବସିଥିଲେ। ହରିଶଚନ୍ଦ୍ର ସ୍ଥାନୀୟ ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ଆଦାୟ କରି ଫାଣ୍ଡି ଭିତରେ ଜଣେ ସାଙ୍ଗଙ୍କ ରୁମ୍‌ରେ ରହିଥିଲେ। କିଛି ସମୟ ରହିବା ପରେ ଏକ ମୋଟରସାଇକେଲରେ ବାହାରକୁ ବାହାରିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ତାଙ୍କୁ ମାଡ଼ି ବସିଥିଲେ। ହରିଶଚନ୍ଦ୍ରଙ୍କଠାରୁ ୬ ଲକ୍ଷ ଟଙ୍କା ମିଳିଛି। କେଉଁଠୁ ଟଙ୍କା ଆଣିଛ ବୋଲି ପଚାରିବାରେ ହରିଶ୍ଚନ୍ଦ୍ର କିଛି ସନ୍ତୋଷଜନକ ଉତ୍ତର ଦେଇ ପାରୁନାହାନ୍ତି। ହରିଶଚନ୍ଦ୍ରଙ୍କ କଣ୍ଟାମାଳ ବାସଭବନ ସମେତ ବୌଦ୍ଧରେ ଥିବା ସରକାରୀ ଘର ଓ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ ଥିବା ଶ୍ୱଶୁର ଘରେ ଏକକାଳୀନ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ଡିଏସ୍‌ପି ହେମନ୍ତ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ବୌଦ୍ଧ ଡିଏସ୍‌ପି ସୁରେଶ କୁମାର କହଁର, ଫୁଲବାଣୀ ଭିଜିଲାନ୍ସ କାର୍ଯ୍ୟାଳୟର ଏଏସ୍‌ଆଇ ମନୋଜ କୁମାର ନାୟକ, ଲୋକନାଥ ସାହୁଙ୍କ ସମତେ ଅନ୍ୟ କିଛି ଭିଜିଲାନ୍ସ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri