ବାଲିଗୁଡ଼ାର ଦୁଇଟି ସ୍ଥାନରେ ହେବ ଭୋଟ୍‌ ଗଣତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର ଓଡ଼ିଶାରେ ଆସନ୍ତା ୪ ତାରିଖରେ ଭୋଟ୍‌ ଗଣତି ହେବ। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗଣତି ଏଜେଣ୍ଟଙ୍କ ସମ୍ପର୍କରେ ତଥ୍ୟ ଓ କାଗଜପତ୍ର ପ୍ରାର୍ଥୀମାନଙ୍କୁ ମଗାଯାଇଛି। ଗଣତି ଦାୟିତ୍ୱରେ ରହିଥିବା ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ତାଲିମ ପ୍ରଦାନ କାର୍ଯ୍ୟ ସମାପ୍ତ ହୋଇଛି। ଭୋଟ ଗଣତି କେନ୍ଦ୍ର ମଧ୍ୟକୁ ଯିବାକୁ ଥିବା ପାସ୍‌ଧାରୀ ବ୍ୟକ୍ତି ବିଶେଷଙ୍କୁ କଡ଼ାକଡ଼ି ଯାଞ୍ଚ କରି ଭିତରକୁ ପ୍ରବେଶ କରାଯିବ। ବାଲିଗୁଡ଼ାର ୨ଟି ସ୍ଥାନରେ ଭୋଟ୍‌ ଗଣତି କରାଯିବ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କନ୍ଧମାଳ ଲୋକ ସଭା କ୍ଷେତ୍ରର ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏବଂ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ୪ ତାରିଖ ସକାଳ ୮ ଟାରୁ ଭୋଟ୍‌ ଗଣତି ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି। ଭୋଟ୍‌ ଗଣତି ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ପ୍ରକାଶ ଯେ, ସମଗ୍ର କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ ୨୦ ତାରିଖରେ ମତଦାନ ହୋଇଥିଲା। ମତଦାନ ପରେ ଇଭିଏମ୍‌ଗୁଡିକ ଷ୍ଟଙ୍ଗ୍‌ରୁମ୍‌ରେ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ଷ୍ଟ୍ରଙ୍ଗରୁମ୍‌ ମଧ୍ୟରେ ସିସି ଟିଭି କ୍ୟାମେରା ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri