ତଦନ୍ତ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କଲେ କୋର୍ଟ

କଟକ/ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ୫ବର୍ଷର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି)ର ତଦନ୍ତରେ ମଙ୍ଗଳବାର ହାଇକୋର୍ଟ ସନ୍ତୋଷ ପ୍ରକାଶ କରିଛନ୍ତି। ପଦ୍ମାଳୟା ମହାପାତ୍ର କରିଥିବା ଆବେଦନର ଭିଡିଓ କନ୍‌ଫରେନ୍ସ ଜରିଆରେ ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌.ମୁରଲୀଧର ଏବଂ ବିଚାରପତି ସଞ୍ଜୁ ପଣ୍ଡାଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ନିକଟରେ ଶୁଣାଣି ହୋଇଥିଲା। ଏଥିରେ ଗତ ୩ଟି ତାରିଖରେ ଦାଖଲ କରାଯାଇଥିବା ଷ୍ଟାଟସ୍‌ ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ଏସ୍‌ଆଇଟି ତଦନ୍ତର ଅଗ୍ରଗତି ଭଲ ରହିଛି ବୋଲି ଖଣ୍ଡପୀଠ ପ୍ରକାଶ କରିବା ସହ ମାର୍ଚ୍ଚ ୨୫ରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ କହିଛନ୍ତି।
ପ୍ରକାଶ ଯେ, ପରୀ ମୃତ୍ୟୁ ମାମଲାରେ ଗତ ଡିସେମ୍ବର ୧୬ରେ ଏସ୍‌ଆଇଟି ପକ୍ଷରୁ ବନ୍ଦ ଲଫାପାରେ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ହାଇକୋର୍ଟରେ ଦାଖଲ ହୋଇଥିଲା। ମଙ୍ଗଳବାର ହାଇକୋର୍ଟ ଉକ୍ତ ରିପୋର୍ଟକୁ ଖୋଲି ଦେଖିଥିଲେ। ପରେ ଉକ୍ତ ରିପୋର୍ଟକୁ ଜଉମୁଦ ଲଫାପାରେ ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ତେବେ ଡିସେମ୍ବର ୨୪ରେ ହାଇକୋର୍ଟ ତଦନ୍ତର ସ୍ଥିତି ସଂକ୍ରାନ୍ତ ରିପୋର୍ଟ ମଙ୍ଗଳବାର ସୁଦ୍ଧା କୋର୍ଟରେ ଦାଖଲ କରିବାକୁ କହିଥିଲେ। ହେଲେ ଏସ୍‌ଆଇଟି ମଙ୍ଗଳବାର ହାଇକୋର୍ଟରେ ଏହି ରିପୋର୍ଟ ଦାଖଲ କରି ନ ପାରି ସମୟ ଲୋଡିଥିଲେ। ହାଇକୋର୍ଟ ଏହାକୁ ଗ୍ରହଣ କରି ମାମଲାର ଶୁଣାଣି ମାର୍ଚ୍ଚ ୨୫କୁ ଧାର୍ଯ୍ୟ କରିଛନ୍ତି। ସେହି ସମୟ ସୁଦ୍ଧା ଜବାବ ଦାଖଲ ଲାଗି ହାଇକୋର୍ଟ ଏସ୍‌ଆଇଟି ନିର୍ଦ୍ଦେଶ ଦେଇଛନ୍ତି। ପରୀ ମୃତ୍ୟୁ ମାମଲାରେ ଏକ ଉଚ୍ଚସ୍ତରୀୟ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହି ମାମଲାର ଶୁଣାଣି କରି ଏସ୍‌ଆଇଟିକୁ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଦାଖଲ ଲାଗି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri