Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ଜାମିନ ଉପରେ ଏହି ପଦକ୍ଷେପ ନେଲେ କୋର୍ଟ

ନୂଆଦିଲ୍ଲୀ,୩୦ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି (ଏଏପି) ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ଗୁରୁବାର ରାଉସ ଆଭେନ୍ୟୁ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହା ସହିତ ସେ ସ୍ବାସ୍ଥ୍ୟଗତ କାରଣରୁ ୭ ଦିନର ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଆବେଦନ କରିଥିଲେ। ଏହା ପରେ କୋର୍ଟ ଇଡିଙ୍କୁ ନୋଟିସ ଜାରି କରିଥିଲେ। ବର୍ତ୍ତମାନ ପରବର୍ତ୍ତୀ ଶୁଣାଣି ଜୁନ୍‌ ୧ରେ ହେବ।

କେଜ୍‌ରିଓ୍ବାଲଙ୍କ ଆବେଦନ ଉପରେ ଇଡି କହିଛି, ଆମେ କେଜ୍‌ରିଓ୍ବାଲଙ୍କ ନିୟମିତ ଏବଂ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଉତ୍ତର ଦାଖଲ କରିବୁ। ଇଡି ପାଇଁ ହାଜର ହୋଇଥିବା ଆଡ୍‌ଭୋକେଟ ଏସ୍‌.ଭି ରାଜୁ କହିଛନ୍ତି୍‌, କେଜ୍‌ରିଓ୍ବାଲ ସବୁଆଡ଼େ ପ୍ରଚାର କରୁଛନ୍ତି, ସେ ଅନେକ ସ୍ଥାନ ପରିଦର୍ଶନ କରୁଛନ୍ତି ଏବଂ ରାଲିରେ ସମ୍ବୋଧିତ କରୁଛନ୍ତି। ତାଙ୍କ ସ୍ବାସ୍ଥ୍ୟ ତାଙ୍କୁ ପ୍ରଚାରରେ ଅଟକାଉ ନାହିଁ।

କେଜ୍‌ରିଓ୍ବାଲଙ୍କ ଆବେଦନକୁ ଜବାବ ଦେଇ ଏସ୍‌.ଭି ରାଜୁ କହିଛନ୍ତି, ମୁଁ ବର୍ତ୍ତମାନ ଏକ କପି ପାଇଛି। ମୋର ଉତ୍ତର ଦାଖଲ କରିବାକୁ ମୋତେ ସମୟ ଦରକାର। ଶେଷ ମୁହୂର୍ତ୍ତରେ ଜାମିନ ଆବେଦନ କରାଯାଇଛି, ତାଙ୍କ ଆଚରଣ ଯୋଗୁ ତାଙ୍କୁ ଜାମିନ ମିଳିବ ନାହିଁ।

ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ ପ୍ରଚାର କରିବା ପାଇଁ କେଜ୍‌ରିଓ୍ବାଲଙ୍କୁ ମେ’ ୧୦ରେ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ ଏବଂ ଜୁନ୍‌ ୨ରେ ଆତ୍ମସମର୍ପଣ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri