Posted inଖେଳ

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ ଏହି କ୍ରିକେଟର୍‌ଙ୍କ ପୁଅ

ନୂଆଦିଲ୍ଲୀ,୧୧।୧୧:ଭାରତୀୟ କ୍ରିକେଟର ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନ ନିକଟରେ ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହୋଇଛନ୍ତି। ଲିଙ୍ଗ ପରିବର୍ତ୍ତନ ପରେ ଆର୍ଯ୍ୟନ ବଙ୍ଗର ତାଙ୍କ ନାମ ଅନାୟା ବାଙ୍ଗର କରିଛନ୍ତି। ଅନାୟା ନିଜ ଇନଷ୍ଟାଗ୍ରାମରେ ନିଜର ଯାତ୍ରା ବିଷୟରେ ପ୍ରକାଶ କରିଛନ୍ତି।

ଆର୍ଯ୍ୟନ ଲିଙ୍ଗ ଅସ୍ତ୍ରୋପଚାର ପରେ ତାଙ୍କ ହରମୋନ ପରିବର୍ତ୍ତନ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ସେ ହରମୋନ ରିପ୍ଲେସମେଣ୍ଟ ଥେରାପି (ଏଚ୍‌ଆର୍‌ଟି)ର ପ୍ରଭାବ ବିଷୟରେ କହିଥିଲେ। ଅନାୟା ଅସ୍ତ୍ରୋପଚାର ହେବାର ୧୧ ମାସ ବିତିଗଲାଣି।

ଅନାୟା କହିଛନ୍ତି, ବୃତ୍ତିଗତ ଭାବରେ କ୍ରିକେଟ ଖେଳିବାର ମୋର ସ୍ବପ୍ନ ସବୁବେଳେ ଅସୁବିଧାରେ ପରିପୂର୍ଣ୍ଣ ଥିଲା। ସକାଳ ଓ ସନ୍ଧ୍ୟାରେ କଠିନ ପରିଶ୍ରମ କରିବା, ପଡ଼ିଆରେ ଅଭ୍ୟାସ କରିବା ଏବଂ ଅନ୍ୟମାନଙ୍କ ସମାଲୋଚନାର ସମ୍ମୁଖୀନ ହେବା ପାଇଁ ମୋତେ ପ୍ରତ୍ୟେକ ପଦକ୍ଷେପରେ ସଂଘର୍ଷ କରିବାକୁ ପଡୁଥିଲା।

ଅନାୟା ଆହୁରି ମଧ୍ୟ କହିଛନ୍ତି, କିନ୍ତୁ କ୍ରିକେଟ ବ୍ୟତୀତ ଅନ୍ୟ ଏକ ଯାତ୍ରା ଥିଲା – ମୋର ପ୍ରକୃତ ପରିଚୟ ଗ୍ରହଣ କରିବା ଅତ୍ୟନ୍ତ କଷ୍ଟସାଧ୍ୟ ଥିଲା, କାରଣ ମୋତେ ବୁଝିବା ଏବଂ ମୋର ପ୍ରକୃତ ପରିଚୟ ଗ୍ରହଣ କରିବା ପାଇଁ ମୋତେ ଅନେକ କଷ୍ଟଦାୟକ ନିଷ୍ପତ୍ତି ନେବାକୁ ପଡିଥିଲା।
ଆର୍ଯ୍ୟାନଙ୍କ ପିତା ସଞ୍ଜୟ ବାଙ୍ଗର ନିଜେ ଭାରତୀୟ କ୍ରିକେଟର କିମ୍ବଦନ୍ତୀ ଅଟନ୍ତି। ସେ ୨୦୧୪ ରୁ ୨୦୧୮ ପର୍ଯ୍ୟନ୍ତ ଭାରତୀୟ ଦଳର ବ୍ୟାଟିଂ କୋଚ ଭାବରେ କାର୍ଯ୍ୟ କରିଛନ୍ତି ଏବଂ ଆଇପିଏଲ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ମୁଖ୍ୟ କୋଚଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ସଞ୍ଜୟ ବଙ୍ଗର ୧୨ଟି ଟେଷ୍ଟ ମ୍ୟାଚ ଏବଂ ୧୫ଟି ଦିନିକିଆ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି।

 

View this post on Instagram

 

A post shared by Anaya Bangar (@anayabangar)


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri