ପରୀ ହତ୍ୟାକାଣ୍ଡର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ର ବହୁଚର୍ଚ୍ଚିିତ ପରୀ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ହେବ ବୋଲି ଶୀତକାଳୀନ ଅଧିବେଶନରେ ବୁଧବାର ଗୃହ ରାଷ୍ଟ୍ରମନ୍ତ୍ରୀ ଶକ୍ତିି ଶଙ୍କର ମିଶ୍ର ବିବୃତ୍ତି ରଖିଛନ୍ତି । ମନ୍ତ୍ରୀଙ୍କ ସୂଚନା ଅନୁସାରେ ମାମଲାରେ ଏଯାବତ ୩୪ଜଣଙ୍କୁ ଜେରା କରାଯାଇଛି। ୪ ଜଣଙ୍କର ପଲିଗ୍ରାଫ ଟେଷ୍ଟ ହୋଇଛି। ନୟାଗଡ଼ ଏସ୍‌ଡିପିଓ ଘଟଣାର ତଦନ୍ତ କରୁଛନ୍ତି ।
ସୂଚନାଯୋଗ୍ୟ, ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ସୁରକ୍ଷା ଦେବା, ପୋଲିସ ଓ ଜିଲା ପ୍ରଶାସନ କୌଣସି ପଦକ୍ଷେପ ନ ନେବା ପରେ ମୃତ ପରୀର ମା-ବାପା ନ୍ୟାୟ ପାଇଁ ବିଧାନସଭା ସମ୍ମୁଖରେ ମଙ୍ଗଳବାର ଡିଜେଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ଏହି ଆତ୍ମହତ୍ୟା ଉଦ୍ୟମ ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଥିଲା। ନୟାଗଡରେ ବୁଧବାର ଭାଜପା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏପରିକି ନୟାଗଡ଼ ଟ୍ରାଫିକ ଛକରେ ମନ୍ତ୍ରୀ ଅରୁଣ ସାହୁଙ୍କର କୁଶପୁତ୍ତଳିକା ଦାହ କରାଯାଇଛି । ସେହିପରି ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ବିକ୍ଷୋଭ କରି ଏସ୍‌ପିଙ୍କ ବଦଳି ଦାବି କରିଥିଲା। ଗୁରୁବାରଠାରୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ଭାଜପା ଓ କଂଗ୍ରେସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର...

ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri