ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୪ ଘଣ୍ଟାରେ ବର୍ଷା

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ପାଖାପାଖି ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବୁଧବାର ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର।

Share