ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର

ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭ ପ୍ରତିଶତ ରଖି ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେ ବିଶ୍ୱବିଦ୍ୟାଳୟରେ ଟପ୍ପର ହେବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି। ନମ୍ରତା ଘର କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଖିରେଇଟାଙ୍ଗିରୀ ପଞ୍ଚାୟତ ଡଳଙ୍ଗ ଗ୍ରାମରେ। ତାଙ୍କ ବାପା ବିଜୟାନନ୍ଦ ବେହେରା ଜଣେ ପରିବା ବ୍ୟବସାୟୀ ହୋଇଥିବା ବେଳେ ମା’ ଗୀତାଞ୍ଜଳି ଗୃହିଣୀ। ନମ୍ରତା ତାଙ୍କ ସଫଳତା ପାଇଁ ନିଜର ମାତା, ପିତା ଓ ପରିବାର ବର୍ଗଙ୍କ ସହ ବିଶ୍ୱ ବିନାୟକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରବି ନାରାୟଣ ମହାନ୍ତ, ଅନ୍ୟ ଅଧ୍ୟାପିକା ଓ ଅଧ୍ୟାପକଙ୍କୁ ଶ୍ରେୟ ଦେଇଛନ୍ତି। ଭବିଷ୍ୟତରେ ସେ କମ୍ପ୍ୟୁଟର ଶିକ୍ଷା ବିଷୟରେ ଉଚ୍ଚତ୍ତର ଶିକ୍ଷା ହାସଲ କରିବା ସହ ଜଣେ ଭଲ ସପ୍ଟଓ୍ବେୟାର ଇଞ୍ଜନିୟର ହେବେ ବୋଲି ଆଶା ରଖିଛନ୍ତି। ତାଙ୍କର ଏହି ସଫଳତା ପାଇଁ ତାଙ୍କୁ ବୁଧବାର ବିଶ୍ୱ ବିନାୟକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଭେଛା ଜଣାଇବା ସହ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri