ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ

ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ କରାଯାଇଛି। ବିଷ୍ଣୁ ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ। ଆଜି ସକାଳେ ଗ୍ରାମବାସୀ ନିକଟସ୍ଥ ନାଳକୁ ଶୌଚ ପାଇଁ ଯାଇ ସେଠାରେ ଜଣଙ୍କ ମୃତଦେହ ଭାସୁଥିବାର ଦେଖିଥିଲେ। ଗ୍ରାମକୁ ଖବର ଦେବା ପରେ ଗ୍ରାମବାସୀ ପହଞ୍ଚି ମୃତଦେହକୁ ଚିହ୍ନଟ କରିଥିଲେ। ନାଳ ନିକଟରେ ପଡ଼ିଥିବା ଜୋତାରୁ ବିଷ୍ଣୁଙ୍କ ପରିଚୟ ମିଳିଥିଲା। ପରେ ଗ୍ରାମବାସୀ ଭୁବନ ପୋଲିସକୁ ଜଣାଇଥିଲେ। ଖବର ପାଇ ଭୁବନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା କରିବା ସହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ତଦନ୍ତ ଚଳାଇଛି। ବିଷ୍ଣୁ ଜଣେ ମିଷ୍ଟଭାଷୀ ଓ ପରୋପକାରୀ ଥିବାରୁ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image